କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୨ ମାମଲା, ୨୧ ଗିରଫ

ଭୁବନେଶ୍ୱର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୋଲିସ ପକ୍ଷରୁ ୨ଟି ମାମଲା ଦାଏର କରାଯାଇଥିବାବେଳେ ୨୧ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେହିପରି କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ମାମଲାରେ ୬୩୩ ଟି ଗାଡ଼ି ଜବତ ହୋଇଥିବାବେଳେ ୨୧,୪୮,୯୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୫,୩୬,୨୧୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୫,୫୦୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୨୦,୫୮୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୮୨୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩,୦୩୯ ରହିଛି। ୩,୦୩୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.