କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୭ ଗିରଫ, ୫୧୦ ଗାଡ଼ି ଜବତ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୧୭ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେହିପରି କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୫୧୦ ଟି ଗାଡ଼ି ଜବତ ହୋଇଥିବାବେଳେ ୧୭,୫୩,୨୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୬,୦୩,୬୧୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୬,୨୩୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୨୧,୩୦୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୮୩୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩,୦୩୫ ରହିଛି। ୩,୦୩୫ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.