ଆଜି ରାଜ୍ୟରେ ସୁସ୍ଥ ହେଲେ ୬୦ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୩୨୮୦ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୩୩୨୮୦କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ କୁହାଯାଇଛି ଯେ ଆଜି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ପୁରୀରୁ ୮ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବରଗଡ଼ ୭, ଯାଜପୁର ୫, ସମ୍ବଲପୁର ୫, ବାଲେଶ୍ବର ୩, କଟକ ୩, ଅନୁଗୁଳ ୨, ଗଞ୍ଜାମ ୨, କେନ୍ଦୁଝର ୨ ଓ ଷ୍ଟେଟ୍‌ପୁଲରୁ ୨ ସମେତ ବଲାଙ୍ଗିର, ଦେବଗଡ଼, ଜଗତସିଂହପୁର, ନବରଙ୍ଗପୁର ଏବଂ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

 

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୭୯,୫୫,୯୧୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୫,୯୮୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୩୩,୨୨୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୯୧୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୮୦୧ ରହିଛି। ୮୦୧ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.