ଆଜି ରାଜ୍ୟରେ ପୁଣି ସୁସ୍ଥ ହେଲେ ୭୬ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୪୬୪୭କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ୩୩୪୬୪୭କୁ ବୃଦ୍ଧି ପାଇଛି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୪, ଯାଜପୁର ୧୧, ଖୋର୍ଦ୍ଧା ୭, ଭଦ୍ରକ ୬, ମୟୂରଭଞ୍ଜ ୫, ନୂଆପଡ଼ା ୫, କଟକ ୪, ଦେବଗଡ଼ ୪, ଝାରସୁଗୁଡ଼ା ୪, ବାଲେଶ୍ବର ୩, ଅନୁଗୁଳ ୨, ବରଗଡ଼ ୨, ସମ୍ବଲପୁର ୨ ସମେତ ବଲାଙ୍ଗିର, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ସୋନପୁର ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮୩,୪୧,୯୧୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୭,୨୭୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୩୪, ୫୭୧ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୯୧୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭୩୭ ରହିଛି। ୭୩୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଦିଆଯାଇଛି।

Comments are closed.