ରାଜ୍ୟରେ ପୁଣି ସୁସ୍ଥ ହେଲେ ୬୬ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୫୯୨୩କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ପୁଣି ୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୩୫୯୨୩କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକ ୮, ଯାଜପୁର ୮, ମୟୂରଭଞ୍ଜ ୮, ଅନୁଗୁଳ ୭, ସୁନ୍ଦରଗଡ଼ ୭, ଦେବଗଡ଼ ୪, ବରଗଡ଼ ୨, ଗଞ୍ଜାମ ୨, ଝାରସୁଗଡ଼ା ୨, ପୁରୀ ୨ ଓ ସମ୍ବଲପୁର ୨ଜଣ ସମେତ ରାୟଗଡ଼ା ଓ ଷ୍ଟେଟ୍‌ପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮୭,୧୨,୧୧୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୮,୪୮୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୩୫, ୮୫୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୯୧୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬୬୧ ରହିଛି। ୬୬୧ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଦିଆଯାଇଛି।

Comments are closed.