କୋଭିଡ୍‌ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୪୧ ଗିରଫ, ୬୭୭ ଗାଡ଼ି ଜବତ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୨ଟି ମାମଲା ଦାୟର କରାଯାଇଛି। ଓଡ଼ିଶାରେ କୋଭିଡ୍‌-୧୯ ନିୟମ ଓ ମାର୍ଗଦର୍ଶିକା ଉଲ୍ଲଙ୍ଘନ ଅଭିଯୋଗରେ ପୁଲିସ ୪୧ ଜଣ ବ୍ୟକ୍ତିଙ୍କୁ ଗିରଫ କରିଥିବାବେଳେ ୬୭୭ ଟି ଗାଡ଼ି ଜବତ କରିଛି ଏବଂ ୧୯,୨୧,୦୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୩,୭୬,୩୯୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୦,୯୨୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୦୦,୪୭୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୫୭୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୮,୮୧୮ ରହିଛି ଏବଂ ୮,୮୧୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.