କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୬୮ ଗିରଫ, ୫୪୯ ଗାଡ଼ି ଜବତ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିେଯାଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୫ଟି ମାମଲା ଦାୟର କରାଯାଇଛି। ସେହିପରି କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ରାଜ୍ୟରେ ପୁଲିସ ପକ୍ଷରୁ ୬୮ ଜଣବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୫୪୯ ଟି ଗାଡ଼ି ଜବତ ହୋଇଛି ଏବଂ ୧୯,୩୬,୨୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୫,୧୮,୬୪୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୩,୩୨୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୦୩,୮୯୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୬୨୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭,୭୪୮ ରହିଛି। ୭,୭୪୮ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.