କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୮ ମାମଲା, ୨୯ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୮ ଟି ମାମଲା ଦାୟର କରାଯାଇଛି । ଏହି ସମସ୍ତ ମାମଲା ଲକ୍‌ ଡାଉନ୍‌ ସଂପର୍କିତ ଅଟେ ଏବଂ ୨୯ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।

 

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧୭,୩୧,୫୫୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧,୦୦,୯୩୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୭୦,୭୧୪ ଜଣ ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୪୮୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୯,୬୮୫ ରହିଛି। ୨୯,୬୮୫ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.