କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୪୦ ମାମଲା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଜୁଲାଇ ୧୨ରୁ ଜୁଲାଇ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୪୦ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୩୯ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ଗୁଜବ ପ୍ରଚାର ପାଇଁ ଅଟେ।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୪୧,୫୩୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୩,୭୩୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୯,୨୫୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୫୦୫। ୭୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪,୩୯୧ ରହିଛି। ୪,୮୯୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.