କୋଭିଡ୍‌ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୪ ମାମଲା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୪ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୯ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ, ୨ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ, ୧ଟି ମାମଲା ଗୁଜବ ପ୍ରଚାର ଏବଂ ୨ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ।
କୋଭିଡ୍‌ ମୁକାବିଲା କ୍ଷେତ୍ରରେ ଓଡ଼ିଶା ଏକ ନୂତନ ଶିଖରରେ ପହଞ୍ଚିଛି। ଆଜି ଓଡ଼ିଶାରେ ରେକର୍ଡ ସଂଖ୍ୟକ ୬୦୯ ଜଣ କୋଭିଡ୍‌ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୪୭,୨୨୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୪,୨୮୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୯,୮୬୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୭୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪,୩୨୦ ରହିଛି। ୪,୯୨୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.