କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୫ ମାମଲା, ୨୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୫ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୧୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ପାଇଁ ଅଟେ । ୨୧ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କୋଭିଡ-୧୯ ରୋଗୀଙ୍କ ସୁସ୍ଥ ସଂଖ୍ୟା କ୍ରମାନ୍ୱୟରେ ତିନିଦିନ ଧରି ବୃଦ୍ଧି ପାଇଛି । ଆଜି ରେକର୍ଡ ସଂଖ୍ୟକ ସର୍ବାଧିକ ୫୬୫ ଜଣ କୋଭିଡ୍‌ ରୋଗୀ ସୁସ୍ଥ ହୋଇଛନ୍ତି । ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୨୧,୪୪୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୧,୯୫୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୭୯୭୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୫୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୯୧୧ରହିଛି । ୪,୪୭୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.