ଆଜି ରାଜ୍ୟରେ ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୪୧୦୭କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ମୋଟ ୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୩୪୧୦୭କୁ ବୃଦ୍ଧି ପାଇଛି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଅନୁଗୁଳ ୮, ଖୋର୍ଦ୍ଧା ୭, ବାଲେଶ୍ବର ୬, ପୁରୀ ୬, ରାୟଗଡ଼ା ୪, ବଲାଙ୍ଗିର ୨, ଝାରସୁଗଡ଼ା ୨, ମାଲକାନଗିରି ୨, ମୟୂରଭଞ୍ଜ ୨ ସମେତ ବରଗଡ଼, ଭଦ୍ରକ, ଗଞ୍ଜାମ, କଳାହାଣ୍ଡି ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Comments are closed.