ଆଜି ରାଜ୍ୟରେ ପୁଣି ସୁସ୍ଥ ହେଲେ ୧୨୧ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୬୯୩୦କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୧୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୩୬୯୩୦କୁ ବୃଦ୍ଧି ପାଇଛି। ଆଜି ରାଜ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବଲାଙ୍ଗିର ୧୬, ମୟୂରଭଞ୍ଜ ୧୩, ଝାରସୁଗୁଡ଼ା ୧୦, କଟକ ୯, ସୁନ୍ଦରଗଡ଼ ୭, ଭଦ୍ରକ ୬, ବରଗଡ଼ ୫, ପୁରୀ ୫, ଅନୁଗୁଳ ୪, ବାଲେଶ୍ବର ୪, ଯାଜପୁର ୪, ନୂଆପଡ଼ା ୪, ଗଞ୍ଜାମ ୩, ନବରଙ୍ଗପୁର ୩, ଷ୍ଟେଟ୍‌ପୁଲ ୩, ଢେଙ୍କାନାଳ ୨, କେନ୍ଦୁଝର ୨, ସମ୍ବଲପୁର ସମେତ କନ୍ଧମାଳ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୯୦,୨୩,୦୯୮ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୪୦, ୬୨୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୩୬, ୮୦୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୯୨୧ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟ ୧୮୩୭ ରହିଛି। ୧୮୩୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି।

Comments are closed.