ଥମୁନି ସଂକ୍ରମଣ : ଆଉ ୮୯୧୪ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରେନା ସଂକ୍ରମଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି । କିଛି ଦିନ ହେବ ଏହା ୮ ହଜାର ଉପରେ ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୯୧୪ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଜଣ, ସୁନ୍ଦରଗଡ଼ରୁ ୫୯୨, କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡ଼ରୁ ୪୫୨, ନବରଙ୍ଗପୁରରୁ ୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ଭଦ୍ରକରୁ ୩୫୧, ଅନୁଗୁଳରୁ ୩୩୧, ଝାରସୁଗୁଡ଼ାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡ଼ାରୁ ୨୭୮, ଗଞ୍ଜାମରୁ ୨୬୨, କଳାହାଣ୍ଡିରୁ ୨୩୬, ଯାଜପୁରରୁ ୨୩୨, ନୟାଗଡ଼ରୁ ୧୯୪, ବାଲେଶ୍ବରରୁ ୧୭୯, ବୌଦ୍ଧରୁ ୧୭୫, ଗଜପତିରୁ ୧୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ରାୟଗଡ଼ାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡ଼ାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪, ଦେବଗଡ଼ରୁ ୧୦୩, ମାଲକାନଗିରିରୁ ୭୩, କନ୍ଧମାଳରୁ ୬୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Comments
Loading...