ଦେଶରେ ୧୪,୫୦୬ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଦିନକରେ ଆଉ ୧୪,୫୦୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୪,୩୩,୩୪୫କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୧,୫୭୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୪,୨୮,୦୮,୬୬୬ରେ ପହଞ୍ଚିଛି । ଦେଶରେ କରୋନା ଆରୋଗ୍ୟ ହାର ୯୮.୫୬% ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସହ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୦୭୭ରେ ପହଞ୍ଚିଛି।

ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୯,୬୦୨କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ  ସକ୍ରିୟ ଆକ୍ରାନ୍ତ ହାର ୦.୨୩ % ରହିଛି।

Comments are closed.