ଆଉ ୧୫, ୫୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ : ସକ୍ରିୟ ସଂକ୍ରମିତ ହାର ୨.୦୨%

ନୂଆଦିଲ୍ଲୀ : ଦେଶରେ କୋଭିଡ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫, ୫୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୦୫ ଲକ୍ଷ ୨୭ ହଜାର ୬୮୩କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୧୩ ହଜାର ୦୨୭ ରହିଛି । ସେହିପରି ସକ୍ରିୟ ସଂକ୍ରମିତଙ୍କ ହାର ୨.୦୨% ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯୧ ଜଣ କରୋନା ଆକ୍ରନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫୧ହଜାର ୯୧୮କୁ ବୃଦ୍ଧି ପାଇଛି। ଦେଶରେ କରୋନା ଜନିତ ମୃତ୍ୟୁହାର ୧.୪୪% ରହିଛି। ଯାହାକି ବିଶ୍ବରେ ସବୁଠାରୁ କମ୍। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫, ୯୭୫ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ସହିତ ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୦୧ ଲକ୍ଷ ୬୨ ହଜାର ୭୩୮କୁ ବୃଦ୍ଧି ପାଇଛି । ଦେଶରେ କରୋନା ଆରୋଗ୍ୟ ହାର ୯୬.୫୩% ରହିଛି।

Comments are closed.