୨୪ ଘଣ୍ଟାରେ ୬୧ ହଜାର ୨୬୭ ନୂଆ କରୋନା ପଜିଟିଭ ଚିହ୍ନଟ ; ୮୮୪ ଜଣ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି। ୨୪ ଘଣ୍ଟାରେ ୬୧ ହଜାର ୨୬୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୮୮୪ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩ ହଜାର ୫୬୯କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାର ୮୩କୁ ବୃଦ୍ଧି ପାଇଥିବା ବେଳେ ୯,୧୯,୦୨୩ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୫୬,୬୨,୪୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.