୧୧ ନୂଆ ପଜିଟିଭ ଚିହ୍ନଟ,୨୫ ଜିଲ୍ଲା କରୋନା ମୁକ୍ତ

ଭୁବନେଶ୍ବର :  ରାଜ୍ୟରେ ଦିନକରେ ଆଉ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୫ ଜିଲ୍ଲାରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୭୯କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ ଜଣ ସୁସ୍ଥ ହୋଇଛନ୍ତି । ଏଥି ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୭୦୧ରେ ପହଞ୍ଚିଛି।

ରାଜ୍ୟର ୨୫ ଜିଲ୍ଲା କରୋନା ମୁକ୍ତ ରହିଛି। ମାତ୍ର  ୫ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏକ ଅଙ୍କରେ ସିମୀତ ରହିଛି । ଅନ୍ୟପକ୍ଷରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୧ରହିଛି।

Comments are closed.