ଶନିବାରଠାରୁ କୋଭିଡ଼ ଟୀକାକରଣ, ରାଜ୍ୟ ସରକାର ଜାରି କଲେ ମାର୍ଗଦର୍ଶିକା

ଆସନ୍ତାକାଲିଠୁ ସାରା ଦେଶରେ ଆରମ୍ଭ ହେବ ଟିକାକରଣ । ରାଜ୍ୟ ସମସ୍ତ ଜିଲ୍ଲା ଓ ରାଜଧାନୀରେ ମଧ୍ୟ ଆରମ୍ଭ ହେବ ଟିକାକରଣ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସ  ଯୋଗେ ଏହାର ଶୁଭାରମ୍ଭ କରିବେ ।  ଏନେଇ  ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିଛନ୍ତି ରାଜ୍ୟ ସରକାର  । ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।ଟିକା ଗ୍ରହଣର ୧୪ଦିନ ପରେ ଶରୀରରେ ଆଣ୍ଟିବଡି ସୃଷ୍ଟି ହେବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଗୃହ ବିଭାଗ, ରାଜସ୍ୱ ବିଭାଗ ଓ ନଗର ଉନ୍ନୟନ ବିଭାଗ କର୍ମଚାରୀଙ୍କୁ ୨୫ ତାରିଖ ସୁଦ୍ଧା ପଞ୍ଜିକରଣ କରାଯିବ ବୋଲି ସୂଚନା ଦିଆଯାଇଛି।

  • ୧୮ ବର୍ଷରୁ କମ୍, ଗର୍ଭବତୀ ଓ ପ୍ରସୂତି କରୋନା ଟିକା ଦିଆଯିବ ନାହିଁ ।
  • କୋଭିଡ ଆକ୍ରାନ୍ତ ଓ ଅସୁସ୍ଥ ବ୍ୟକ୍ତିଙ୍କୁ ଟିକା ଦିଆଯାଇ ପାରିବ ନାହିଁ।
  • ସମସ୍ତଙ୍କ ବାହୁରେ କରୋନା ଟିକା ଦିଆଯିବ।
  • ଟିକା ନେବା ପରେ ଅଧଘଣ୍ଟା ଯାଏଁ ଅବଜରଭେସନରେ ରଖାଯିବ ।
  • ପ୍ରତ୍ୟେକ ଟିକାଦାନ କେନ୍ଦ୍ରରେ ଶହେ ସ୍ୱାସ୍ଥ୍ୟକର୍ମୀ ନେବେ ଟିକା ।
  • ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୩୮ ହଜାର ସ୍ବାସ୍ଥ୍ୟ କର୍ମଚାରୀ ପଞ୍ଜୀକୃତ । 
  •  ପ୍ରଥମ ଟିକାଗ୍ରହଣର ୨୮ ଦିନ ପରେ ଦ୍ୱିତୀୟ ଡୋଜ୍ ଟିକା ଦିଆଯିବ ।

Comments are closed.