ଗୁହାଳରେ ନିଆଁ ଲାଗି ୫ ଗୋରୁ ଜୀବନ୍ତ ଦଗ୍ଧ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲା ରାଜନଗର ଥାନା ଅନ୍ତର୍ଗତ ଜରିମୂଳ ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ଶନିବାର ଜଣାପଡିଛି। ଗୁହାଳରେ ନିଆଁ ଲାଗି ୫ ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ନିଆଁ ଲାଗିବାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Comments are closed.