ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା ଅଭିଯୋଗ

ମାଲକାନଗିରି : ମାଲକାନଗିରି ଜିଲା ପଡ଼ିଆ ଥାନା ଅନ୍ତର୍ଗତ କାଲଡ଼ାପାଲିରେ ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ମୃତକଙ୍କୁ ଘରୁ ଡ଼ାକି ନେଇ ହତ୍ୟା କରାଯାଇଛି। ହତ୍ୟାପରେ ପ୍ରମାଣ ନଷ୍ଟ ପାଇଁ ମୃତଦେହକୁ ପୋଡ଼ି ଦିଆଯାଇଛି ବୋଲି ଜଣାପଡ଼ିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ତାଙ୍କ ପରିବାର ଥାନାରେ ଅଭିଯୋଗ କରିବା ପରେ ପଡ଼ିଆ ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ବୋଲି ସୂଚନା ମିଳିଛି।