ଟ୍ରକ୍‍ ଚାପାରେ ସାଇକେଲ ଚାଳକ ମୃତ

ପିପିଲି: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର କୌଶଲ୍ୟାଗଙ୍ଗ ସ୍ଥିତ କୃପାଜଳ ଇଞ୍ଜିନିୟରିଂ କଲେଜ ନିକଟରେ ବୁଧବାର ରାତି ୮ରେ ଏକ ଟ୍ରକ୍‍ ଚାପାରେ ଜଣେ ସାଇକେଲ ଚାଳକଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ମୃତକଙ୍କର ପରିଚୟ ଜଣାପଡିନଥିବା ବେଳେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‍ ସମେତ ସାଇକେଲ୍‍କୁ ଜବତ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି।

ସୂଚନାଅନୁଯାୟୀ, ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଦୃତ ଗତିରେ ଯାଉଥିବା ଏକ ଟ୍ରକ୍‍ କେଇସି ନିକଟରେ ସାଇକେଲରେ ଯାଉଥିବା ଜଣେ ବ୍ୟକ୍ତିଙ୍କୁ ଧକ୍କା ଦେବା ସହ ତାଙ୍କ ଉପରେ ଚଢି ଯାଇଥିଲା। ଫଳରେ ସାଇକେଲ ଚାଳକଙ୍କର ଘଟଣା ସ୍ଥଳରେ ଶୋଚନୀୟ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଟ୍ରକ୍‍ର ଡ୍ରାଇଭର ଘଟଣାସ୍ଥଳରୁ ଫେରାର୍‍ ହୋଇଯାଇଥିଲା। ଏହାକୁ ନେଇ କିଛି ସମୟ ପାଇଁ ସେଠାରେ ଟ୍ରାଫିକ୍‍ ସମସ୍ୟା ସୃଷ୍ଟି ହୋଇଥିଲା। ଖବର ପାଇ କୌଶଲ୍ୟାଗଙ୍ଗ ଫାଣ୍ଡି ଅଧିକାରୀ ରଶ୍ମିରଞ୍ଜନ ପୃଷ୍ଟି ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯୋଗରେ ସାଇକେଲ ଆରୋହୀଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍‍ପିଟାଲ୍‍କୁ ପଠାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଘଟଣାସ୍ଥଳରେ ଟ୍ରାଫିକ୍‍ ନିୟନ୍ତ୍ରଣ କରିବା ସହ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‍ ଓ ସାଇକେଲ୍‍କୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Comments are closed.