ମହାବାତ୍ୟାର ରୂପ ନେଉଛି ଗଜ

0

ଭୁବନେଶ୍ୱର: କେନ୍ଦ୍ରୀୟ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ସାମୁଦ୍ରିକ ଘୂର୍ଣ୍ଣିଝଡ଼ ‘ଗଜ’ ଆହୁରି ଅଧିକ ଘନୀଭୂତ ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ମହାବାତ୍ୟାର ରୂପ ନେବ ବୋଲି ଅନୁମାନ କରାଯାଉଛି। ସମୁଦ୍ର ଉପରେ ଅଧିକ ସମୟ ରହିବାକୁ ଥିବାରୁ ଏହାର ରୂପ ଭୟଙ୍କର ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି। ତେବେ ଓଡ଼ିଶା ପ୍ରତି ବିପଦ ଆଶଙ୍କା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାପୂର୍ବରୁ କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ତିତଲି’ ମହାବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା।

Leave A Reply