ଆଜିର ରାଶିଫଳ ୨୪.୦୨.୨୦୧୮ (ଶନିବାର)

0

ମେଷ: ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବା ପରମ ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଧନପ୍ରାପ୍ତ ହେବେ।

ବୃଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରୋଜଗାର ଅଧିକ ହେବ। ଯୁଦ୍ଧକ୍ଷେତ୍ରରେ କିମ୍ବା ମାଲିମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି। ଧନ ସମ୍ପଦ ବୃଦ୍ଧି ହେବ।

ମିଥୁନ: ବ୍ୟୟ ଅଧିକ ହୋଇପାରେ। ଥଣ୍ଡା କଫ ଯୋଗୁଁ ସାମାନ୍ୟ ପୀଡ଼ା ଅନୁଭବ କରିବେ। ଚଞ୍ଚଳ ସ୍ୱଭାବର ହୋଇପାରନ୍ତି। ଏକାନ୍ତପ୍ରିୟ ହେବେ। ନେତ୍ର ପୀଡ଼ା ଭୋଗିପାରନ୍ତି। ମଧୁରଭାଷୀ ହେବେ। ସାହସୀ ଓ ଜ୍ଞାନୀ ହେବେ।

କର୍କଟ: ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଆୟ ଆଶାନୁରୂପ ହେବ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଗୃହ ସୁଖ ମିଳିବ।

ସିଂହ: କର୍ମ ତତ୍ପରତା ପ୍ରକାଶ ପାଇବ। କୁଳ ମର୍ଯାଦା ରକ୍ଷା କରିବାରେ ସକ୍ଷମ ହେବେ। ଚିତ୍ତ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ଶ୍ରଦ୍ଧା ରହିବ।

କନ୍ୟା: ଲୋକ ପ୍ରିୟ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି। ଧର୍ମାତ୍ମା, ବିଦ୍ୱାନ ଓ ସାହସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

ତୁଳା: ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ମିତ୍ରମାନେ ଆଡ଼ ହୋଇଯିବାର ସମ୍ଭାବନା ଅଛି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ।

ବିଛା: ଦ୍ୱନ୍ଦ୍ୱରେ ପଡ଼ିଲେ ବି କାର୍ଯ୍ୟ ସମ୍ପାଦନ କରିବାରେ ସକ୍ଷମ ହେବେ। ଘାତଚନ୍ଦ୍ର ଭୋଗ ହେତୁ ଯାନବାହନ ପ୍ରତି ସତର୍କ ରହିବେ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବ ଜାଗ୍ରତ ହୋଇପାରେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ଧନୁ: ମିଥ୍ୟାବାଦୀ ଠାରୁ ସତର୍କ ରହି କାର୍ଯ୍ୟ କରିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହ-ଶ୍ରଦ୍ଧାଭାବ ରହିବ। ଶରୀର ସୁସ୍ଥ ରହିବ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଚମକôାରିକ ଲାଭ ପ୍ରାପ୍ତ କରିପାରନ୍ତି। କର୍ମ ଶାନ୍ତି ଦାୟକ ହେବ।

ମକର: ଷଡ଼ଯନ୍ତ୍ର ପ୍ରତି ସତର୍କ ରହିବାକୁ ପଡ଼ିବ। ବିଚାରବିମର୍ଶ ଦ୍ୱାରା କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଯନ୍ତ୍ର-ମନ୍ତ୍ର ପ୍ରଭୃତି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥ ମିଳିବ।

କୁମ୍ଭ: ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। କୃଷି କର୍ମକାରୀ ହୋଇପାରନ୍ତି। ଯାନବାହନ ସୁଖ ମିଳିପାରେ। କର୍ମକ୍ଷେତ୍ରରୁ ସରସ ସୁନ୍ଦର କରିପାରନ୍ତି।

ମୀନ: ସତ୍‌ସଙ୍ଗୀ ହୋଇ ଧର୍ମ ଚର୍ଚ୍ଚାରେ ମନବଳାଇ ପାରନ୍ତି। ପ୍ରବଳ ଉତ୍ସାହ ଉଦ୍ଦିପନା ମଧ୍ୟରେ କାର୍ଯ୍ୟ ସମ୍ପାଦନ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମିଷ୍ଟଭାଷୀ ହେବେ। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ବିବାଦରେ ବିଜୟୀ ହେବେ।

Leave A Reply