ଦୈନିକ ସଂକ୍ରମଣ ୨ ଲକ୍ଷ ଟପିଲା, ପ୍ରାଣ ହରାଇଲେ ଆଉ ୧୦୩୮

ନୂଆଦିଲ୍ଲୀ: କରୋନା ମହାମାରୀ ଦିନକୁ ଦିନ ଅଧିକ ଘାତକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଗୁରୁବାର ସୁଦ୍ଧା ଏହା ୨ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୭୩୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ଆଉ ୧୦୩୮ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି।

ଗୁରୁବାର ତଥ୍ୟକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୦ ଲକ୍ଷ ୭୪ ହଜାର ୫୬୪କୁ ବୃଦ୍ଧି ପାଇଛି। ସେହିପରି ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୩ ହଜାର ୧୨୩ରେ ପହଞ୍ଚିଛି। ଦେଶରେ ଏବେ ୧୪ ଲକ୍ଷ ୭୧ ହଜାର ୮୭୭ ସକ୍ରିୟ ରୋଗୀ ରହିଥିବାବେଳେ ୧ କୋଟି ୨୪ ଲକ୍ଷ ୨୯ ହଜାର ୫୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଅନ୍ୟପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ୧୧ କୋଟି ୪୪ ଲକ୍ଷ ୯୩ ହଜାର ୨୩୮ ଜଣଙ୍କୁ କରୋନା ଟିକା ଦିଆଯାଇ ସାରିଛି। ଗତ କାଲି ୩୩ ଲକ୍ଷ ୧୩ ହଜାର ୮୪୮ ଜଣଙ୍କୁ ଟିକା ପ୍ରଦାନ କରାଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.