ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶ୍ରୀବିହାର ଅଞ୍ଚଳର ଏକ ଭଡ଼ା ଘରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକ ଜଣକ ନିଆଳି ଅଞ୍ଚଳର ବୋଲି ଜଣାପଡ଼ିଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସୂଚନାଯୋଗ୍ୟ, ଆଜି ସକାଳ ସମୟରେ ଦୀର୍ଘ ସମୟ ଧରି ଘରର କବାଟ ବନ୍ଦ ହୋଇ ରହିଥିଲା। କୌଣସି ଅଘଟଣ ସନ୍ଦେହ କରି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲୁିସ ଘଟଣାସ୍ଥଳରେ ପହଞ୍ଚି ଘରର କବାଟ ଭାଙ୍ଗି ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା।

Comments are closed.