ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମୃତ

ଅନୁଗୁଳ : ଅନୁଗୁଳ ଜିଲା ତାଳଚେରର ହରିହାରପୁରରେ ଥିବା ପାଉଁଶ ଇଟାଭାଟିରେ ସୋମବାର ଏକ ଅଘଟଣ ଘଟିଛି। ବିଦ୍ୟୁତ ତା’ର ସଂସ୍ପର୍ଶରେ ଆସି ଭାଟି ମାଲିକ ଓ ଜଣେ ଶ୍ରମିକର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପାଉଁଶ ଇଟାଭାଟିରେ ମାଟି ଖୋଳୁଥିବା ସମୟରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମାଲିକ ଓ ଜଣେ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡ଼ାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.