ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇ ମୃତ

0

ଲାଞ୍ଜିଗଡ : ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ବନାଥପୁର ଗ୍ରାମରେ ଏପରି ଘଟଣା ଦେଖିବାକୁ ମିଳିଛି। ମୃତକ ହେଲେ ନାଥ ମାଝୀ। ପାରିବାରିକ କଳହ ଯୋଗୁଁ ଏହି ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି।

ସୂଚନାଯୋଗ୍ୟ ଯେ, ଭଉଣୀ ଖର୍ଚ୍ଚକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ରାଗି ଯାଇ ବଡ ଭାଇ ସାନ ଭାଇକୁ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ସାନ ଭାଇଙ୍କ ମୃତ୍ୟୁ ହୋଇ ଯାଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ପୁଲିସ ତଦନ୍ତ ଆରମ୍ଭ କରିଛି।

 

 

Comments
Loading...