ଯୁବକଙ୍କ ମୃତଦେହ ଉଦ୍ଧାର

କାମାକ୍ଷାନଗର : ଢେଙ୍କାନାଳ ଜିଲା କାମାକ୍ଷାନଗରର ବ୍ଲକ ତଥା ତୁମୁସିଂହା ଥାନା ଅନ୍ତର୍ଗତ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ଜଣେ ଯୁବକର ମୃତ ଦେହ ଉଦ୍ଧାର ହୋଇଛି। ମୃତକ ହେଲେ କଣ୍ଟାଝରିଆ ଗ୍ରାମର ରବୀନ୍ଦ୍ର ଦିୱାନଙ୍କ ପୁଅ ବିଚିତ୍ରା ବୋଲି ଜଣାପଡିଛି। କେଉଁ କାରଣରୁ ଯୁବକଙ୍କ ମୃତ୍ୟୁ ହୋଇଛି ସେନେଇ କୌଣସି ସ୍ପଷ୍ଟତା ମିଳିପାରି ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

 

Comments are closed.