ସ୍କୁଲ ଅଟୋ ଓଲଟି ଛାତ୍ରୀ ମୃତ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅନ୍ତର୍ଗତ ଗରାଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଅଟୋ ଓଭରଲୋଡ୍ ପାଇଁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଦ୍ବିତୀୟ ଶ୍ରେଣୀର ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।

ସୂଚନା ଅନୁଯାୟୀ, ଅଟୋଟି ୧୫ ଜଣ ସ୍କୁଲ ପିଲାଙ୍କୁ ନେଇ ଯାଉଥିଲା। କୌଣସି କାରଣରୁ ଓଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳ ୪ଜଣ ଛାତ୍ରୀ ଆହତ ହୋଇଛନ୍ତି। ଆହତ ଥିବା ସମସ୍ତଙ୍କୁ  ଉଦ୍ଧାର କରାଯାଇ ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଅଟୋ ଛାଡ଼ି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଉତ୍ତ୍ୟକ୍ତଲୋକେ ଦୁର୍ଘଟଣାଗ୍ରସ୍ତ ଅଟୋକୁ ଜଳି ଦେଇଛନ୍ତି।

Comments are closed.