ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ; ମୃତ୍ୟୁ ସଂଖ୍ୟା ୮୯୨

ଭୁବନେଶ୍ୱର : ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱର ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀରୁ ୨ ଜଣ ଲେଖାଏଁ, ଭଦ୍ରକ , ଗଞ୍ଜାମ , ଯାଜପୁର , ମୟୁରଭଞ୍ଜ, ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାଙ୍କ ମୃତ୍ୟୁ ଘଟିଛି।

ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୯୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର ଓ କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.