ଦିଲ୍ଲୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ସଂଜ୍ଞାହୀନ ଅବସ୍ଥାରେ ଯୁବତୀ ଉଦ୍ଧାର: ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସ ସ୍ଥିତ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ବୋଣ୍ଟା ପାହାଡ଼ିଆ ଅଞ୍ଚଳରୁ ଶନିବାର ଜଣେ ଯୁବତୀଙ୍କୁ ବେହୋସ୍‍ ଅବସ୍ଥାରେ ଉଦ୍ଧାର କରାଯାଇଛି। ଯୁବତୀଙ୍କ ମୁଣ୍ଡ ଓ ଗୋଡ଼ରେ ଗୁରୁତର ଆଘାତ ଲାଗିଥିବା ଦେଖିବାକୁ ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ ହିନ୍ଦୁରାଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯୁବତୀ ଜଣକ ଗୋକୁଲପୁରୀ ଅଞ୍ଚଳର ବୋଲି ଜଣାପଡ଼ିଛି। ପୁଲିସ ଘଟଣାର ତଦନ୍ତ କରୁଛି।

Comments are closed.