୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଆଉ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏଥି ସହିତ ରାଜ୍ୟରେ କାରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୯୯୪କୁ ବୃଦ୍ଧି ପାଇଛି ।
ଖୋର୍ଦ୍ଧା, କଟକ, ଅନୁଗୁଳରୁ ୪ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିପରି ବୌଦ୍ଧ, ଦେବଗଡ ଓ ଝାରସୁଗୁଡା, କଳାହାଣ୍ଡିରୁ ୩ ଜଣ ଲେଖାଁଏ, ଗଜପତି, ଜଗତସିଂହପୁର, ମୟୂରଭଞ୍ଜ, ରାୟଗଡା ଓ ସୁନ୍ଦରଗଡରୁ ୨ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ବରଗଡ଼, ଗଞ୍ଜାମ, ଯାଜପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୂଆପଡ଼ା, ପୁରୀରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Comments are closed.