ଆଉ ୧୪ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୧୪ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି ପାଇଛି।

ଆଜି କୋରାପୁଟ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଁଏ, ଖୋର୍ଦ୍ଧା ଓ ରାୟଗଡାରୁ ୨ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିପରି ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଏବଂ ସମ୍ବଲପୁରରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Comments are closed.