ଆଉ ୧୯ ଜଣଙ୍କ ଜୀବନ ନେଲା କୋରୋନା : ମୃତ୍ୟୁସଂଖ୍ୟା ୨,୧୪୦କୁ ବୃଦ୍ଧି

ଭୁବନେଶ୍ବର :  ରାଜ୍ୟରେ ଆଜି ଆଉ ୧୯ ଜଣ କୋରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏଥି ସହିତ ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୨,୧୪୦କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୪ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେହିପରି ଗଞ୍ଜାମ ଓ ପୁରୀ ଜିଲ୍ଲାରେ ୨ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ସେହିପରି ଅନୁଗୋଳ, ବଲାଙ୍ଗୀର, କଟକ, ଦେବଗଡ, ଗଜପତି, ଝାରସୁଗୁଡା ଓ କଳାହାଣ୍ଡିରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

 

Comments are closed.