ଆଉ ୧୨ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ତେବେ ରାଜ୍ୟରୁ  ବୁଧବାର ଆଉ ୧୨ ଜଣ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧା, ନୂଆପଡା ଓ ଝାରସୁଗୁଡାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେହିପରି କଟକ, ଗଞ୍ଜାମ, ନବରଙ୍ଗପୁର, ପୁରୀ, ସୁନ୍ଦରଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

 

Comments are closed.