୩ଦିନ ଘନ କୁହୁଡ଼ି : ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ତିନିଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, ବୌଦ୍ଧ, ସୋନପୁର, ଜଗତସିଂହପୁର, କନ୍ଧମାଳ ଏବଂ ଭଦ୍ରକ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ଅନୁଭୂତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଉପରୋକ୍ତ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହାଛଡା କଟକ, ଖୋର୍ଦ୍ଧା, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, ପୁରୀ, କଳାହାଣ୍ଡି, ଢେଙ୍କାନାଳ ଏବଂ ଯାଜପୁର ଜିଲାରେ କୁହୁଡି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। ୫ ତାରିଖ ସକାଳେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, କନ୍ଧମାଳ ଏବଂ ଜଗତସିଂହପୁର ଜିଲାର କିଛି ସ୍ଥାନରେ ଘନ କୁହୁଡି ଅନୁଭୂତ ହୋଇପାରେ, ଏଣୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ନୟାଗଡ ଏବଂ ରାୟଗଡାରେ କୁହୁଡି ଦୃଶ୍ୟମାନ ହେବ। ୬ ସକାଳେ ଭଦ୍ରକ, ଯାଜପୁର, କେନ୍ଦ୍ରପଡା, କଟକ, କନ୍ଧମାଳ, ଜଗତସିଂହପୁର ଓ ନୟାଗଡ ଜିଲାର କିଛି ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି।

Comments are closed.