ଆଜି ରାଜ୍ୟରୁ ଚିହ୍ନଟ ୭୬ ଜଣ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ଵର : ବୁଧବାର ରାଜ୍ୟରେ ୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୭୬ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୭୬ ଜଣଙ୍କ ମଧ୍ୟରୁ ୭୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ଥିବା ବେଳେ ୨ ଜଣ ସ୍ଥାନୀୟ ବ୍ୟକ୍ତି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଥିଲା ।


ତେବେ ବର୍ତ୍ତମାନ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆଜି ଚିହ୍ନଟ ୭୬ ଜଣଙ୍କ ସମ୍ପୁର୍ଣ୍ଣ ତଥ୍ୟ ପ୍ରଦାନ କରିଛି । ଆଜି ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଝାଡଖଣ୍ଡରୁ ଏବଂ ଅନ୍ୟ ଜଣେ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ୬ ଜଣ ସୁରଟରୁ ଫେରିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ସୁରଟରୁ ଫେରିଥିବା ବେଳେ ୩ ଜଣ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।


ସେହିପରି କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ଗୁଜୁରାଟରୁ, ଦୁଇ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ତାମିଲନାଡୁରୁ ଏବଂ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ । ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୬ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ମହାରାଷ୍ଟ୍ରରୁ, ୫ ଜଣ ପଶ୍ଚିମବଙ୍ଗରୁ, ଜଣେ ଆନ୍ଧ୍ରପ୍ରଦେଶ, ଜଣେ ଗୁଜୁରାଟରୁ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ ।


ସେହିପରି ଆଜି ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ଗୁଜୁରାଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ରରୁ ଏବଂ ଦୁଇ ଜଣ ପଶ୍ଚିମବଙ୍ଗରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

Comments are closed.