ଆଜି ରାଜ୍ୟରୁ ଚିହ୍ନଟ ୭୯ ଜଣଙ୍କ ତଥ୍ୟ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ଵର : ମଙ୍ଗଳବାର ରାଜ୍ୟରୁ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୭୯ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଭିତରୁ କଟକରେ ସର୍ବାଧିକ ୧୬ଜଣ ପିଜିଟିଭ୍‌ ବାହାରିଛନ୍ତି। ଏହାସହ ବଲାଙ୍ଗିରରୁ ୧୪ଜଣ ଆକ୍ରାନ୍ତ ରହିଛନ୍ତି । ସେହିପରି ଗଞ୍ଜାମରୁ ୫,ଯାଜପୁରରୁ ୨,ବାଲେଶ୍ବରରୁ ୪,ଖୋର୍ଦ୍ଧାରୁ ୪, ପୁରୀରୁ ୪, କେନ୍ଦ୍ରାପଡାରୁ ୬, ନୟାଗଡରୁ ୩, ଅନୁଗୁଳରୁ ୧, କେନ୍ଦୁଝରରୁ ୮,କନ୍ଧମାଳରୁ ୭,ଢେଙ୍କାନାଳରୁ ୩, ଝାରୁସୁଗୁଡା ଜଣେ ଚିହ୍ନଟ ହୋଇଛନ୍ତି। ନୂଆ ଜିଲ୍ଲା ଭାବେ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ମୋଟ ୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବାବେଳେ ୮ଜଣ ସ୍ଥାନୀୟ ବ୍ୟକ୍ତି ଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ।


ତେବେ ବର୍ତ୍ତମାନ ଆଜି ଚିହ୍ନଟ ୭୯ ଜଣଙ୍କ ସମ୍ପର୍କରେ ସମ୍ପୁର୍ଣ୍ଣ ତଥ୍ୟ ପ୍ରଦାନ କରିଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଆଜି କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ସୁରଟରୁ, ଦୁଇ ଜଣ ପଶ୍ଚିମବଙ୍ଗରୁ ଏବଂ ଜଣେ ତାମିଲନାଡୁ ଫେରନ୍ତା ରହିଛନ୍ତି। ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଝାରସୁଗୁଡାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ସଂକ୍ରମିତ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।


ସେହିପରି ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ତାମିଲନାଡୁରୁ ଫେରିଥିବା ବେଳେ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ସୋନପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତ ୬ ଜଣ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ । ଅନୁଗୋଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।


ସେହିପରି ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ବଲାଙ୍ଗୀର ଜିଲ୍ଲାରୁ ୧୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ୬ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଢେଙ୍କାନାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ରରୁ ଏବଂ ୨ ଜଣ ତେଲେଙ୍ଗାନାରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ମହାରାଷ୍ଟ୍ରରୁ, ୩ ଜଣ ପଶ୍ଚିମବଙ୍ଗରୁ, ୩ ଜଣ ଆନ୍ଧ୍ରପ୍ରଦେଶରୁ, ଜଣେ ତାମିଲନାଡୁରୁ ଏବଂ ୩ ଜଣ ଦୁବାଇରୁ ଫେରିଥିଲେ । ଅନ୍ୟ ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

ସେହିପରି କେନ୍ଦୁଝର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ଗୁଜୁରାଟରୁ, ଜଣେ ତାମିଲନାଡୁରୁ ଜଣେ ମହାରାଷ୍ଟ୍ରରୁ ଏବଂ ଦୁଇ ଜଣ ବିହାରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଦୁଇ ଜଣ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

Comments are closed.