ରଥଯାତ୍ରା ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷ କଲେ ଡିଜିପି

ପୁରୀ : ପୁଲିସ ଡିଜି ଅଭୟ ରବିବାର ପୁରୀ ଗସ୍ତରେ ଯାଇ ରଥଯାତ୍ରା ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସହଯୋଗ କରିବାକୁ ପୁରୀବାସୀଙ୍କୁ ଅନୁରୋଧ କରିଛନ୍ତି ଡିଜିପି। କେନ୍ଦ୍ରାଞ୍ଚଳ ଆଇଜି ଓ ପୁରୀ ଏସପି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି । ଘରେ ରୁହନ୍ତୁ, ମୋବାଇଲ ଓ ଟିଭିରେ ଭଗବାନଙ୍କୁ ଦର୍ଶନ କରନ୍ତୁ ବୋଲି କହିଛନ୍ତି ଶ୍ରୀ ଅଭୟ ।

ଡିଜିପିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଇନ ଶୃଙ୍ଖଳା ଏଡିଜି ମଧ୍ୟ ସାମିଲ ଥିଲେ । ପୁରୀ ଏସପି ଓ ବରିଷ୍ଠ ଅଧିକାରୀ, ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ ପ୍ରମୁଖ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ ।

Comments are closed.