ଓଡ଼ିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର : ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ତଥା ଉତ୍କଳ ବିଶ୍ବବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ନିତ୍ୟାନନ୍ଦ ଶତପଥୀଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ପ୍ରଫେସର ନିତ୍ୟାନନ୍ଦ ଶତପଥୀଙ୍କ ଦେହାବସାନ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଆ ସାହିତ୍ୟ ତଥା ଆଧୁନିକ ଓଡ଼ିଆ କବିତାର ପ୍ରଚାରପ୍ରସାରରେ ତାଙ୍କର ଅବଦାନ ଅତୁଳନୀୟ । ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

 

 

Comments are closed.