ଦୂତୀ ଚାନ୍ଦଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଭିନନ୍ଦନ

ଦୂତିଙ୍କ ସଫଳତା ଯୁବପିଢିଙ୍କୁ ପ୍ରେରଣା ଯୋଗାଇବ

ଭୁବନେଶ୍ୱର :  କ୍ରୀଡ଼ା ଜଗତର ସମ୍ମାନଜନକ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଦ୍ରୁତତମ ଧାବିକା ଦୂତୀ ଚାନ୍ଦଙ୍କୁ ଟ୍ୱିଟ୍‍ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଓଡ଼ିଆ ଝିଅ ଦୂତୀ ଓଡ଼ିଶାକୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଗର୍ବିତ କରିଛନ୍ତି। ତାଙ୍କର ଏହି ସଫଳତା ଯୁବପିଢିଙ୍କୁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍‍ କରି କହିଛନ୍ତି।

ସେହିପରି ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ ଦୂତୀ ଚାନ୍ଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

 

Comments are closed.