ନାଟ୍ୟକାର ବିଜୟ ମିଶ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବୟନଶ୍ୱର : ଓଡିଶାର ବିଶିଷ୍ଟ ନାଟ୍ୟକାର ବିଜୟ ମିଶ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଟ୍ବିଟ୍ କରି କହିଛନ୍ତି ଯେ, ଓଡିଶାର ଲୋକପ୍ରିୟ ବିଶିଷ୍ଟ ନାଟ୍ୟକାର ବିଜୟ ମିଶ୍ରଙ୍କ ଦେହାବସାନ ଖବର ଶୁଣି ମୁଁ ଦୁଃଖିତ । ଓଡିଆ ସାହିତ୍ୟ ଏବଂ ନାଟ୍ୟ ଜଗତ ପାଇଁ ତାଙ୍କର ଅବଦାନ ଅତୁଳନୀୟ । ତାଙ୍କ ବିୟୋଗରେ ଓଡିଆ ନାଟ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।

Comments are closed.