ମୁଖ୍ୟମନ୍ତ୍ରୀଙ୍କୁ ଜବାବ ମାଗିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ କଡା ସମାଲୋଚନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ କାର୍ଯ୍ୟକ୍ରମରେ ସାମିଲ ହୋଇ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ପ୍ରଶ୍ନ କରିଛନ୍ତି। ସ୍ୱାସ୍ଥ୍ୟ, ଶିକ୍ଷା, ଜଳସେଚନ ଓ ଆଇନଶୃଙ୍ଖଳା ଆଦି ପ୍ରସଙ୍ଗ ଉଠାଇ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର। ମହିଳା ଅତ୍ୟାଚାରରେ ୩ଟି ରାଜ୍ୟରେ ମଧ୍ୟରେ ଓଡ଼ିଶା ରହିଛି। ଏହାର ଜବାବ ମାଗିଛନ୍ତି କେନ୍ଦ୍ରମନ୍ତ୍ରୀ। । ଏଥିସହ ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ଜାରି କରନ୍ତୁ ବୋଲି ସେ ଦାବି କରିଛନ୍ତି । ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ କେହି ବାହାରକୁ କାମ କରିବାକୁ ଯାଉନାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ଜଗନ୍ନାଥ ଧଣ୍ଡା ଛୁଇଁ କୁହନ୍ତି ବୋଲି ମଧ୍ୟ ଧର୍ମେନ୍ଦ୍ର ଆହ୍ୱାନ ଦେଇଛନ୍ତି ।

Comments are closed.