ପୋଖରୀରରେ ବୁଡ଼ି ଦୁଇ ନାବାଳିକା ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଅନ୍ତର୍ଗତ କରମୁଳ ଗାଁରେ ଗୁରୁବାର ଅଭବାନୀୟ ଘଟଣା ଘଟିଛି । ପୋଖରୀକୁ ଗାଧୋଇବାକୁ ଯାଇଥିବା ଦୁଇ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଗାଧୋଉଥିବା ବେଳେ ହଠାତ ଗୋଡ଼ ଖସିଯିବାରୁ ଦୁହେଁ ଗଭୀର ପାଣି ଭିତରେ ବୁଡିଯାଇଥିଲେ। ପରେ ଗ୍ରାମବାସୀ ଓ ଅଗ୍ନିଶମ ବିଭାଗ ଦ୍ୱାରା ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ଗୁରୁତର ଅବସ୍ଥାରେ ଜଣଙ୍କୁ ଢେଙ୍କାନାଳ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲୋ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା। ଅନ୍ୟଜଣେ ନାବାଳିକା ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Comments are closed.