ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ଦୈନିକ କରୋନା ମୃତକଙ୍କ ସଂଖ୍ୟା ୧୦ ମଧ୍ୟରେ ସୀମିତ ରହୁଛି। ୨୪ ଘଣ୍ଟାରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୧୭୮୯ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ପୁରୀରୁ ୨ ଲେଖାଏଁ ଓ ସମ୍ବଲପୁରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.