କାଲିଠୁ ଡବଲ ହେଲମେଟ

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟରେ ବାଇକ ଚାଳକଙ୍କ ପାଇଁ ଡବଲ ହେଲମେଟ ବାଧ୍ୟତା ମୂଳକ। ନୂଆବର୍ଷରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବା ସହ କଡା କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ ବୋଲି ରାଜ୍ୟ ସଡକ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ,  ପଛରେ ବସିଥିବା ବ୍ୟକ୍ତି ହେଲମେଟ ପିନ୍ଧି ନ ଥିଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯଦି କୌଣସି ବାଇକ ଚାଳକଙ୍କ ହେଲମେଟ ନ ଥାଏ ତେବେ ଚେକିଂ ସମୟରେ ଗାଡିର ଅନ୍ୟ ସବୁ କାଗଜପତ୍ରକୁ ମଧ୍ୟ ଯାଞ୍ଚ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ସୁପ୍ରିମକୋର୍ଟଙ୍କ ରୋଡ ସେଫ୍ଟି କମିଟିଙ୍କ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ, ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ରୋକିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ବାଇକ ଚାଳକ ଏବଂ ପଛରେ ବସିଥିବା ବ୍ୟକ୍ତି ହେଲମେଟ ପିନ୍ଧିବା ଦ୍ୱାରା ହିଁ ରାଜ୍ୟରେ ଦୁର୍ଘଟଣା ହାର କମିବ। ଦୁଇ ଚକିଆ ଯାନରେ ଦୁର୍ଘଟଣା ହେବା ଆଶଙ୍କା ଅଧିକ ରହିଛି । ହେଲମେଟ ନ ପିନ୍ଧି, ମଦ ପିଇ ଦ୍ରୁତ ଗତିରେ ଗାଡି ଚଳାଇବା ଦ୍ୱାରା ଅଧିକାଂଶ ଦୁର୍ଘଟଣା ହେଉଛି। ଏହାକୁ କମାଇବା ପାଇଁ ନୂଆବର୍ଷରେ କଡାକଡି ଭାବେ ଏହି ନିୟମକୁ କାର୍ଯ୍ୟକାରୀ କରାଯିବ।

Comments are closed.