ସାମୁଦ୍ରିକ ଝଡ଼ ‘ଫନି’ – ୧୧ ଜିଲ୍ଲାରୁ ନିର୍ବାଚନ ଆଚରଣ ବିଧି ପ୍ରତ୍ୟାହୃତ

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫନି’ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଉଦ୍ଧାର ଓ ରିଲିଫ କାର୍ଯ୍ୟର ସୁପରିଚାଳନା ନିମନ୍ତେ ଯେପରି କୌଣସି ବାଧା ନ ଉପୁଜେ, ସେଥିପାଇଁ ଭାରତର ନିର୍ବାଚନ କମିଶନ ରାଜ୍ୟର ୧୧ଟି ଜିଲ୍ଲାରୁ ନିର୍ବାଚନ ଆଚରଣ ବିଧି ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଲୋକସଭା ନିର୍ବାଚନ ନିମନ୍ତେ ତାରିଖ ଘୋଷଣା ହେବା ସହ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିଲା। ସରକାରୀ କର୍ମଚାରୀଙ୍କ ଦ୍ୱାରା ମୁକ୍ତ ଭାବରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ପରିଚାଳନା ନିମନ୍ତେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଥିଲେ।

ନିର୍ବାଚନ ଆଚରଣ ବିଧି ପ୍ରତ୍ୟାହୃତ ହୋଇଥିବା ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି।

Comments are closed.