ହାତୀ ଆକ୍ରମଣରେ ମହିଳା ମୃତ

ଢେଙ୍କାନାଳ : ଢେଙ୍କାନାଳ ଜିଲା ଅନ୍ତର୍ଗତ କାମାକ୍ଷାନଗର ପଶ୍ଚିମ ରେଞ୍ଜ ମୁକ୍ତାପଶି ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଶନିବାର ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଉକ୍ତ ମହିଳା ଜଣଙ୍କ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଉଠାଇ କଚାଡ଼ି ଦେବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।