ଜମ୍ମୁ କାଶ୍ମୀରର ଅବନ୍ତୀପୁରରେ ଏନକାଉଣ୍ଟର ; ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ କାଶ୍ମୀରର ଅବନ୍ତୀପୁର ସାମ୍ବୋରା ଅଞ୍ଚଳରେ ରବିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଏଥିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। କାଶ୍ମୀର ଜୋନ ପୁଲିସ ଦେଇଥିବା ସରକାରୀ ବିବୃତ୍ତିରେ କୁହାଯାଇଛି ଯେ, ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଚିହ୍ନଟ ହୋଇନାହିଁ।


ଜଣେ ପୁଲିସ ଅଧିକାରୀଙ୍କ କହିବାନୁସାରେ, ଦକ୍ଷିଣ କାଶ୍ମୀରର ଅବନ୍ତୀପୁର ସାମ୍ବୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଲୁଚି ରହିଥିବା ନେଇ ସୂଚନା ମିଳିବା ପରେ ସୁରକ୍ଷାକର୍ମୀ ସେହି ଘରକୁ ଘେରି ରହିଥିଲେ। ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲା ​​ଏବଂ ଏହି ସମୟ ମଧ୍ୟରେ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ବର୍ତ୍ତମାନ ସୁଦ୍ଧା ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଚାଲିଛି।

Comments are closed.